ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ ।

୨୦ ତାରିଖ ଯାଏ ୫ ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ାକୁ ଜାରି ହୋଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ । କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।

ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ । ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୯ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ଫଳରେ ନିଅଣ୍ଟିଆ ସ୍ଥିତିରେ ସୁଧାର ଆସିପାରେ ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.