ଆଜି ଲଘୁଚାପ, ରାଜ୍ୟରେ ୧୫ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବର୍ଷା

ଭୁବନେଶ୍ୱର : ଆଜି ଲଘୁଚାପ । ଉପକୂଳ ବାଂଲାଦେଶ ଉପରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଶକ୍ତିଶାଳୀ ହେବା ସହ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ତିନି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲା ୟେଲୋ ଆଲର୍ଟ ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like