Below header

ସୃଷ୍ଟି ହେଲା ଲଘୁଚାପ, ୩ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବର୍ଷା

ଲଘୁଚାପର ରୂପ ନେଲା ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ଘୂର୍ଣ୍ଣିବଳୟ । ଏହା ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିବ । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

ଭୁବନେଶ୍ୱର (କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ପରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ ଏହି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ବଢ଼ିବ ବର୍ଷା ପରିମାଣ। ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୨୧ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସତର୍କତା ଜାରି କରାଯାଇଛି । ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।୧ ଓ ୨ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.