ଲଘୁଚାପ ଆଣିବ ବଡ଼ ବର୍ଷା: ଏହି ସବୁ ଜିଲ୍ଲାକୁ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଲଘୁଚାପ ଆଣିବ ବଡ଼ ବର୍ଷା ।  ୫ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରଭାବରେ କାଲିଠୁ ବଢିବ ବର୍ଷାର ପରିମାଣ । ଦକ୍ଷିଣରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ୮ ତାରିଖ ଯାଏ ବର୍ଷା ନେଇ ଆଲର୍ଟ ଜାରି ହୋଇଛି ।

ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ ।  ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।  ମୁଖ୍ୟତଃ ୫ ଓ ୬ ତାରିଖରେ ଅଧିକରୁ ଅଧିକ ବର୍ଷାକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

You might also like