Below header

ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ପାଣିପାଗ ବିଭାଗ ପୂର୍ବାନୁମାନ

ଆସନ୍ତା ୪ ତାରିଖ ବେଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ୩ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା ବିସ୍ତତି । ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ):  ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ୩ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା ବିସ୍ତତି । ଉପକୂଳବର୍ତ୍ତୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖରେ ବର୍ଷା ପରିମାଣ ଅଧିକ ରହିବ । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଓଡ଼ିଶାରେ ଜୁନ ମାସରେ ନିଅଣ୍ଟିଆ ବର୍ଷା ହୋଇଛି । ୧୬୩.୭ ମିମି ବର୍ଷା ହୋଇଛି ଜୁନ ମାସରେ । ଯାହା ସ୍ୱାଭାବିକଠାରୁ ୨୨ ପ୍ରତିଶତ କମ୍‌ । ଅଧିକାଂଶ ଉପକୂଳ ସହ ଦକ୍ଷିଣ ଓ ଉତ୍ତର ଓଡିଶାରେ କମ ବର୍ଷା ହୋଇଛି । ୨୦ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ କିମ୍ବା ଅଧିକ ନିଅଣ୍ଟିଆ ବର୍ଷା । କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ ଜିଲ୍ଲାରେ ନିଅଣ୍ଟ ପରିମାଣ ଅତ୍ୟଧିକ ରହିଛି । ଏହି ତିନି ଜିଲ୍ଲାରେ ନିଅଣ୍ଟ ପରିମାଣ ୬୦ ପ୍ରତିଶତରୁ ଅଧିକ । ସେପଟେ ୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୬ ଜିଲ୍ଲାରେ ଅଧିକ କିମ୍ବା ଅତ୍ୟଧିକ ବର୍ଷା ହୋଇଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଜୁଲାଇରେ ଭଲ ବର୍ଷିବ । ଓଡ଼ିଶାରେ ସ୍ୱାଭାବିକ କିମ୍ବା ତାଠାରୁ ଅଧିକ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.