Below header

ଯାଜପୁର: ମା ବିରଜାଙ୍କ ଶାରଦୀୟ ପୂଜାର ଶୁଭାରମ୍ଭ

ଯାଜପୁର ଟାଉନ(କେନ୍ୟୁଜ): ପରମ୍ପରା ଅନୁଯାୟୀ ପବିତ୍ର ସୁନିଆରୁ ଆରମ୍ଭ ହୋଇଛି ମା ବିରଜାଙ୍କ ଶାରଦୀୟ ପୂଜାର ଶୁଭାରମ୍ଭ । ରଥ ନିର୍ମାଣ ପାଇଁ କାଷ୍ଠ ସଂଗ୍ରହ ତଥା ବିଲ୍ୱ ବରୁଣ ପୂଜା ଲାଗି ବନଜାଗ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିଲାଗି ନବାଙ୍କ ପୂଜା କରାଯାଇ ସାରଣୀ ଲେଖା ସହ ସହ ଷୋଡଶ ଉପଚାର ଲାଗି ନିୟୋଜିତ ସେବାୟତ ମାନଙ୍କୁ ବରଣୀ କରାଯାଇଛି । ସଂଧ୍ୟାରେ ବଳି ମଣ୍ଡପ ରେ ବିଧି ମୁତାବକ ସାବିତ୍ରୀ ଓ ସରସ୍ୱତୀ ଆହ୍ୱାନରେ ପୂଜା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି ।

ପୂଜା ପରେ ଦେବୀ ଙ୍କ ସିଁହଧ୍ୱଜ ରଥ ନିର୍ମାଣ ଲାଗି ଚିହ୍ନଟ ବେଲ ଗଛ କଟା ଯିବାର ପରମ୍ପରା ରହିଛି । ଚଳିତବର୍ଷ ପାରମ୍ପରିକ ରୀତି ନୀତି ଅନୁଯାୟୀ ହାଟ ନିକଟସ୍ଥ ନାୟକସାହି ଅନନ୍ତ ବାରିକଙ୍କ ବାଡିରୁ କାଷ୍ଠ ସଂଗ୍ରହ କରାଯାଇଛି । ସୁନିଆ ପର ଦିନ ଠାରୁ ମା’ ଙ୍କ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଛି ବୋଲି ମୁଖ୍ୟ ସେବାୟତ କହିଛନ୍ତି । ମନ୍ଦିର ଟ୍ରଷ୍ଟ ପକ୍ଷରୁ ସମସ୍ତ କାର୍ଯ୍ୟରେ ସୁବନ୍ଦୋବସ୍ତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.