ଆରମ୍ଭ ହେଲା ମା ବିରଜାଙ୍କ ରଥଯାତ୍ରା: ଉତ୍ସବ ମୁଖର ସମଗ୍ର ଅଞ୍ଚଳ

ଯାଜପୁର ଟାଉନ(କେନ୍ୟୁଜ୍):ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ମା’ ବିରଜାଙ୍କର ନବ ଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଂଚଳ । ପାରମ୍ପରିକ ରୀତିନୀତି ଅନୁଯାୟୀ ରଥ ପୂଜା ଆରମ୍ଭ ହେବା ପରେ ରଥପ୍ରତିଷ୍ଠା କରାଯାଇଥିଲା । ଏହାପରେ ମାଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥା ଟଣା ଯାଇଥିଲା । ଆସନ୍ତାକାଲି ଠାରୁ ୮ଦିନ ଯାଏ ପ୍ରତ୍ୟେହ ସଂଧ୍ୟାରେ ରଥ ମନ୍ଦୀରର ବେଢ଼ା ପରିକ୍ରମା କରିବ ।

biraja ratha

ବିଶ୍ୱାସ ରହିଛି ଏହି ନଅଦିନ ଧରି ଚାଲିଥିବା ପୂଜା ସମୟରେ ମାଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରଥରେ ମାଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଦାଳୁଙ୍କ ଭିଡ ଜମିଛି । ଏହି ରଥ ଟଣା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା । ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ମା ବିରାଜାଙ୍କ ଶାରଦୀୟ ଉତ୍ସବ କୁ ଶାନ୍ତି ଶୃଙ୍ଖଳା ରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.