Below header

ନୂଆ ରୂପ ନେବ ବ୍ରହ୍ମପୁରର ମା’ ବୁଢୀ ଠାକୁରାଣୀ ମନ୍ଦିର: ଖର୍ଚ୍ଚ ହେବ ୧୮ କୋଟି, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

5T ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା । ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ । ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): 5T ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା । ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ । ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମାଆ ବୁଢୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡିଶା ନୁହେଁ, ପଡୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ । ମା’ଙ୍କ ପୂଜା ପାଇଁ ପ୍ରତିଦିନ ଓଡିଶା ଓ ଆନ୍ଧ୍ର ପ୍ରଦେଶରୁ ବହୁ ଭକ୍ତ ଆସିଥାନ୍ତି ।

ତେଣୁ ଭକ୍ତ ମାନଙ୍କ ସୁବିଧା ତଥା ମନ୍ଦିରର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିରେ ମୁଖ୍ୟ ମନ୍ଦିରର ବିକାଶ ସହ ମନ୍ଦିର କାନ୍ଥ ତଥା ଚଟାଣରେ ପଥର ବିଛାଯିବ । ଯଜ୍ଞ କୁଣ୍ଡ, ମନ୍ଦିର କାର୍ଯ୍ୟାଳୟର ପୁନଃନିର୍ମାଣ, ପାଚେରୀ, ଉଦ୍ୟାନ, ସୁସଜ୍ଜିତ ପ୍ରବେଶ ମାର୍ଗ ସହିତ ମନ୍ଦିରକୁ କଳିଙ୍ଗ ସ୍ଥାପତ୍ୟରେ ସୁଶୋଭିତ କରାଯିବ । ମୁୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଫାଇଭ ଟି ସଚିବ ଭି କେ ପାଣ୍ଡିଆନ୍‌ ନିକଟରେ ବୁଢୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.