ଓଡ଼ିଶା ଫେରିଲା ଦୁର୍ଲଭ ଅଷ୍ଟଧାତୁ ମୂର୍ତ୍ତି, ଯାଜପୁର ଧର୍ମଶାଳାକୁ ଗଲା ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି

ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଦର୍ପଣ ଗଡ଼କୁ ଫେରିଲା ଅଧିଷ୍ଠାତ୍ରୀ ଦେବୀ ମା’ କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ନିର୍ମିତ ଦୁଲ୍ଲର୍ଭ ମୂର୍ତ୍ତି । ମୂର୍ତ୍ତି ଫେରିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଦର୍ପଣ ଗଡ଼କୁ ଫେରିଲା ଅଧିଷ୍ଠାତ୍ରୀ ଦେବୀ ମା’ କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ନିର୍ମିତ ଦୁଲ୍ଲର୍ଭ ମୂର୍ତ୍ତି । ମୂର୍ତ୍ତି ଫେରିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ମାଆଙ୍କୁ ସ୍ୱାଗତ କରିବା ପାଇଁ ଗ୍ରାମବାସୀ ମାନେ ଆଜି ବଡ଼ଚଣା ଥାନାରେ ପହଞ୍ଚିଥିଲେ। ସେଠାରୁ ମାଙ୍କୁ ସ୍ୱାଗତ କରାଯିବା ସହ ଘଣ୍ଟ ଘଣ୍ଟା ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହୋଇ ଉଠିଛି ପରିବେଶ।

ସୂଚନା ଥାଉ କି, ୨୦୧୧ ଜାନୁଆରୀ ୧୧ରେ ଦର୍ପଣଗଡ଼ ଗାଁର ଅଧିଷ୍ଠାତ୍ରୀ ଦେବୀ ମା’ କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ମୂର୍ତ୍ତି ମନ୍ଦିରରୁ ଚୋରି ହୋଇଥିଲା। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବହୁ ଉଦ୍ୟମ ପରେ ମନ୍ଦିରକୁ ଫେରୁଛି ଏହି ଦୁଲର୍ଭ ମୂର୍ତ୍ତି । ମୂର୍ତିକୁ ଫେରାଇବା ପାଇଁ ଦିଲ୍ଲୀ କଷ୍ଟମ ବିଭାଗକୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିର୍ଦ୍ଦେଶ ଦେଇଥିଲେ। ସୂଚନା ମୁତାବକ ଗତବର୍ଷ ଦିଲ୍ଲୀ ବିମାନବନ୍ଦରରେ ଏକ ଅଷ୍ଟଧାତୁ ପ୍ରତିମା ଚୋରା ଚାଲାଣ ବେଳେ ଠାବ ହୋଇଥିଲା। ସେହି ମୂର୍ତ୍ତିଟି ଦର୍ପଣଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ କୋଟ୍ରାକ୍ଷୀଙ୍କ ବୋଲି ଜଣାପଡିଥିଲା। ତେବେ ମୂର୍ତ୍ତି ଫେରିବା ପାଇବା ପରେ ଦର୍ପଣଗଡ଼ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.