ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ

ଘଟଗାଁ(କେନ୍ୟୁଜ୍): ଆଜି ବିଜୟା ଦଶମୀ । ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ପୀଠରେ ମଧ୍ୟ ଆଜି ବିଜୟା ଦଶମୀ ପାଳିତ ହେଉଛି । ସକାଳୁ ପୀଠରେ ସେବାୟତ ମାନେ ମାଆଙ୍କର ସମସ୍ତ ପୂଜାବିଧି ସ୍ୱତନ୍ତ୍ର ନୀତିକାନ୍ତିରେ ସମାପନ କରି ମାଆଙ୍କ ମନ୍ଦିର ପହଡ ଖୋଲିଥିଲେ । ମାଙ୍କୁ ଦର୍ଶନ କରିବାକୁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି ।

ଏପଟେ, ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ସୁନାବେଶ। ରାଜରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସିଂହଦ୍ୱାର ଓ ପଶ୍ଚିମଦ୍ୱାର ଦେଇ ଭକ୍ତମାନେ ପ୍ରବେଶ କରୁଛନ୍ତି। ଅବକାଶ ନୀତି ଶେଷ ପରେ ତଡପଲାଗି ଓ ଉତ୍ତରୀୟ ମଇଲମ ହୋଇ ତିନି ବାଡ଼ରେ ଚନ୍ଦନ ଲାଗି ଓ ନୂଆଲାଗି ହୋଇ ଶ୍ରୀଜିଉମାନଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଛି। ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଛି। ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହୋଇଛନ୍ତି ମହାପ୍ରଭୁ। ଦଶମୀରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ସୁନାବେଶ ଦେଖିବା ପାଇଁ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.