ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ ଅନୁଷ୍ଠାନ ମା ଯଶୋଦା କଳା ପରିଷଦ ପକ୍ଷରୁ ନୂତନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଦ୍ଦେଶ୍ୟ ରେ ସଙ୍ଗୀତ ମାଧ୍ୟମ ରେ ଶୁଭେଚ୍ଛା ଜଣାଇଛନ୍ତି।

ଆଜି ଶପଥ ଗ୍ରହଣ ଉତ୍ସବ ଅବସରରେ କଳା ପରିଷଦ ର ଗୁରୁ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ କୁମାର ମଲ୍ଲିକଙ୍କ ନେତୃତ୍ବରେ ସମସ୍ତ ଛାତ୍ରଛାତ୍ରୀ ସ୍ଵାଗତ ସଙ୍ଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।

Leave A Reply

Your email address will not be published.