ମଧ୍ୟପ୍ରଦେଶ ସରକାରଙ୍କୁ ବାଘୁଣୀ ସୁନ୍ଦରୀର ସ୍ୱାସ୍ଥ୍ୟାବସ୍ଥା ଚିନ୍ତା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଶିବରାଜ ଚୌହାନ

କେନ୍ୟୁଜ୍: ମଧ୍ୟପ୍ରଦେଶ ସରକାରଙ୍କୁ ବାଘୁଣୀ ସୁନ୍ଦରୀର ସ୍ୱାସ୍ଥ୍ୟାବସ୍ଥା ଚିନ୍ତା। ସୁନ୍ଦରୀର ସ୍ୱାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଶିବରାଜ। କାହ୍ନା ବ୍ୟାଘ୍ର ଅଭୟାରଣ୍ୟକୁ ଫେରିବା ଯାଏ ଅନୁକୂଳ ପରିବେଶ ଦେବାପାଇଁ ଅନୁରୋଧ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ସୁନ୍ଦରୀର ପର୍ଯ୍ୟାପ୍ତ ଦେଖାଶୁଣା କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ ୨୦୧୮ରେ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟରୁ ମହାବୀର ଓ ସୁନ୍ଦରୀକୁ ସାତକୋଶିଆ ଅଭୟାରଣ୍ୟକୁ ଅଣାଯାଇଥିଲା। ମହାବୀରର ମୃତ୍ୟୁ ପରେ ଏନକ୍ଲୋଜରରେ ସୁନ୍ଦରୀକୁ ରଖାଯାଇଛି।