ପୁରୀ (କେନ୍ୟୁଜ): ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି। ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯାଏ। ଏହାପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିେଜ କରାଯାଏ। ଏହି ସମୟରେ ଶ୍ରୀମନ୍ଦିରର ଚାରିଦ୍ବାର ଏବଂ ଦକ୍ଷିଣ ଦ୍ବାରରେ ଥିବା ବାରଭାଇ ହନୁମାନଙ୍କୁ ଆଜ୍ଞାମାଳ ଦିଆଯାଏ। ଏହାପରେ ବିମାନବଡ଼ୁ ସେବକମାନେ ବିମାନରେ ଠାକୁରଙ୍କୁ ନେଇ ଜଗନ୍ନାଥ ବଲ୍ଳଭ ମଠକୁ ଯାଆନ୍ତି।
ଜଗନ୍ନାଥ ବଲ୍ଲଭ ମଠରେ ଥିବା ମହାବୀରମାନଙ୍କୁ ଆଜ୍ଞା ମାଳ ଦିଆଯିବା ପରେ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ନେଇ ଦରିଆ ମହାବୀରଙ୍କ ପାଖକୁ ଯାନ୍ତି। ସେଠାରୁ ଫେରିବା ପରେ ଜଗନ୍ନାଥ ବଲ୍ଲଭ ମଠରେ କେତେକ ନୀତିକାନ୍ତି ସମ୍ପନ୍ନ ହେବା ପରେ ଶ୍ରୀହନୁମାନ ବାହୁଡ଼ା ବିଜେ କରି ବଡ଼ଦେଉଳକୁ ଆସିଥାନ୍ତି। ଶ୍ରୀମନ୍ଦିର ମହାବୀରଙ୍କ ସମେତ ପ୍ରତ୍ୟେକ ହନୁମାନ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଆଜିର ଦିନରେ ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ପଣା ଓ ଛତୁଆ ଭୋଗ ପରମ୍ପରା ମଧ୍ୟ ରହିଛି। ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ଏହି ପର୍ବ ଆମର ସାମାଜିକ, ଆଧ୍ୟାତ୍ମିକ ଓ ପାରିବାରିକ ଭିତ୍ତିଭୂମିକୁ ସୃଦୃଢ଼ କରେ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…