ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର, ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର । ବେଦପାଠ ସାଙ୍ଗକୁ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚାରି ଦ୍ୱାର । ପଞ୍ଚ କର୍ମ ଓ ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ ନୀତି ଆରମ୍ଭ ହୋଇଛି ।

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର । ବେଦପାଠ ସାଙ୍ଗକୁ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚାରି ଦ୍ୱାର । ପଞ୍ଚ କର୍ମ ଓ ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ ନୀତି ଆରମ୍ଭ ହୋଇଛି । ଆଜିଠୁ ତିନି ଦିନ ଧରି ଚାଲିବ ମହାଯଜ୍ଞ । ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଛି । ଯଜ୍ଞ ସାଙ୍ଗକୁ ଶ୍ରୀମନ୍ଦିର ଚାରିଦ୍ୱାରରେ ୬୦ଜଣ ବିଦ୍ୟାର୍ଥୀମାନଙ୍କ ଦ୍ୱାରା ବେଦପାଠ ହେଉଛି ।

ସିଂହଦ୍ଵାରରେ ଋକ୍ ବେଦ, ପଶ୍ଚିମ ଦ୍ୱାରରେ ସାମବେଦ, ଉତ୍ତରଦ୍ୱାରରେ ଅର୍ଥବବେଦ ଏବଂ ଦକ୍ଷିଣ ଦ୍ୱାରରେ ଯର୍ଜୁବେଦ ପାଠ କରାଯାଉଛି ।  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ମଝିରେ ଦିନଟିଏ । ୧୭ ତାରିଖରେ ଯଜ୍ଞ ପୂର୍ଣ୍ଣାହୁତି ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପକୁ ଲୋକାର୍ପଣ କରିବେ। ଆସନ୍ତା ବୁଧବାର ଦିନ ଗୋଟିଏ ୧୫ରୁ ସାଢ଼େ ଗୋଟାଏ ଭିତରେ ଫଳକ ଉନ୍ମୋଚନ ସହ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ।

Leave A Reply

Your email address will not be published.