Categories: ରାଜ୍ୟ

ମହାନଦୀ ଟ୍ରିବ୍ୟୁନାଲରେ ଶୁଣାଣି ଶେଷ, ଆପୋସ ଆଲୋଚନା ପାଇଁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଭୁବନେଶ୍ବର (କେନ୍ୟୁଜ୍) : ଓଡ଼ିଶା ଓ ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ପୁଣି ଥରେ ଆପୋସ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଟ୍ରିବୁନାଲଙ୍କ ନିର୍ଦ୍ଦେଶ । ଏନେଇ ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଦାଖଲ କରିବାକୁ ସବୁ ପକ୍ଷଙ୍କୁ ଟ୍ରିବ୍ୟୁନାଲ କହିଛନ୍ତି । ମେ ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶାର ଅନ୍ତରୀଣ ଆବେଦନ ଉପରେ ଜଷ୍ଟିସ ଏମଏ ଖାନୱିଲକରଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଶୁଣାଣି କରି ଏହା କହିଛନ୍ତି । ଫେବ୍ରୁଆରି ୯ରେ ମଧ୍ୟବର୍ତ୍ତୀକାଳୀନ ଶୁଣାଣି ଶେଷ ହୋଇଥିଲା। ପୂର୍ବରୁ ଦୁଇ ରାଜ୍ୟକୁ ଆପୋସ ଆଲୋଚନା ମାଧ୍ୟମରେ ସମାଧାନର ରାସ୍ତା ବାହାର କରିବାକୁ ଖଣ୍ଡପୀଠ ପରାମର୍ଶ ଦେଇଥିଲେ।

ଏନେଇ ଓଡ଼ିଶା ଓ ଛତିଶଗଡ଼ ଅଧିକାରୀଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ଫେବ୍ରୁଆରି ୨୫ ଓ ମାର୍ଚ୍ଚ ୫ରେ ଅନୁଷ୍ଠିତ ହୋଇଥିଲା। ମାତ୍ର ଆଲୋଚନା ବିଫଳ ହେବା ପରେ ଦୁଇ ରାଜ୍ୟର ଆଡଭୋକେଟ ଜେନେରାଲ ସ୍ତରରେ ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲେ। ମାର୍ଚ୍ଚ ୧୬ ତାରିଖରେ ଏଜି ସ୍ତରୀୟ ଆଲୋଚନା ହୋଇଥିଲେ ମଧ୍ୟ ଏହା ବିଫଳ ହୋଇଥିଲା। ଏହାପରେ ଆଜି ପୁଣି ଥରେ ଦୁଇ ରାଜ୍ୟକୁ ଆପୋସ ଆଲୋଚନା ମାଧ୍ୟମରେ ସମାଧାନର ବାଟ ବାହାର କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି ।

 

KNews Bureau

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

5 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

22 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

35 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

44 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

47 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago