ମାହାଙ୍ଗା ଡବଲ ମର୍ଡର, ୯ ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରାଜଜ

କଟକ : ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆସିଲା ଦଣ୍ଡାଦେଶ। ୯ ଜଣଙ୍କୁ ଆଜୀବନ କାରାଦଣ୍ଡ। ଦଣ୍ଡାଦେଶ ଶୁଣାଇଲେ ସାଲେପୁର ଅତିରିକ୍ତ ଜିଲ୍ଲା ଦୌରାଜଜ। ଜଣେ ଅଭିଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଅନ୍ୟ ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
ସୂଚନା ଅନୁସାରେ ଗତ ୨୦୨୧ରେ ଘଟିଥିଲା ଏହି ଘଟଣା। ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୨ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣ ଗିରଫ ହୋଇଥିଲେ । ଏହା ଘଟଣାକି ନେଇ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍ଏଫ୍ସି ।
ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍ । ଏହାକୁ ନେଇ କୋର୍ଟ କ୍ଷୋଭ ପ୍ରକାଶ କରିଥିଲେ । ସେହିବର୍ଷ ନଭେମ୍ବର ୨୫ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ।