Below header

ମାହାଙ୍ଗା ଡବଲ ମର୍ଡର ଘଟଣା: ଓହରିଲେ ବିଚାରପତି, ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

ମାହାଙ୍ଗା ଡବଲ ମର୍ଡର ଘଟଣା । ହାଇକୋର୍ଟରେ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି ଆଉ କରିବେ ନାହିଁ ଜଷ୍ଟିସ ବିପି ରାଉତରାୟ । ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ଶୁଣାଣିରୁ ଓହରି ଯାଇଛନ୍ତି । ଏବେ ମାମଲାର ଶୁଣାଣି ଅନ୍ୟ ଜଣେ ବିଚାରପତି କରିବେ ।

କଟକ (କେନ୍ୟୁଜ): ମାହାଙ୍ଗା ଡବଲ ମର୍ଡର ଘଟଣା । ହାଇକୋର୍ଟରେ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି ଆଉ କରିବେ ନାହିଁ ଜଷ୍ଟିସ ବିପି ରାଉତରାୟ । ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ଶୁଣାଣିରୁ ଓହରି ଯାଇଛନ୍ତି । ଏବେ ମାମଲାର ଶୁଣାଣି ଅନ୍ୟ ଜଣେ ବିଚାରପତି କରିବେ । ସପ୍ତାହକ ମଧ୍ୟରେ ମୁଖ୍ୟ ବିଚାରପତିଙ୍କ ଅନୁମତି ପରେ ମାମଲାର ପରିବର୍ତୀ ଶୁଣାଣି ହେବ । ପରବର୍ତ୍ତୀ ଶୁଣାଣୀ ପର୍ଯ୍ୟନ୍ତ ବଳବତ୍ତର ରହିବ ଅନ୍ତରୀଣ ସୁରକ୍ଷା।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବିଧାୟକ ପ୍ରତାପ ଜେନା । କ୍ରିମିନାଲ ରିଭ୍ୟୁ ପିଟିସନ ଦାଖଲ କରିଥିଲେ ମାହାଙ୍ଗା ବିଧାୟକ । ୨୦୨୧ ମସିହାରେ ମାହାଙ୍ଗା ଥାନା ଅନ୍ତର୍ଗତ ନୁର୍ତ୍ତାଙ୍ଗ ପଞ୍ଚାୟତରେ ହୋଇଥିବା ଡବଲ ମର୍ଡର ଘଟଣାରେ ପ୍ରତାପଙ୍କ ନାଁରେ ଲାଗିଛି ଦଫା ୩୦୨ । ବର୍ତ୍ତମାନ ତାଙ୍କ ବିରୋଧରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ମାମଲା ଚାଲିଛି ।

୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତାରେ ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ୧୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣ ଗିରଫ ହୋଇଥିଲେ । ଏତଲା ଅନୁଯାୟୀ ୧୩ ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା । ହେଲେ ପରବର୍ତ୍ତୀ ସମୟରେ ବିଧାୟକଙ୍କ ନାଁକୁ ଏଫ୍‌ଆଇଆର୍‌ରୁ କାଟି ଦିଆଯାଇଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍‌ଏଫ୍‌ସି । ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍‌ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.