କିସ୍ ଓ କିଟ୍ରେ ପାଳିତ ହେଲା ମହାତ୍ମା ଗାନ୍ଧି ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ,ଶ୍ରଦ୍ଧାସୁମନ ଅର୍ପଣ କଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): କିସ୍ ଓ କିଟ୍ରେ ଜାତିର ପିତା ମହାତ୍ମା ଗାନ୍ଧି ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । କୋଭିଡ୍ ନିୟମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା କାର୍ଯ୍ୟକ୍ରମ। ମହାତ୍ମାଗାନ୍ଧିଙ୍କ ୧୫୧ତମ ଜୟନ୍ତୀ ପାଳନ ଅବସରରେ କିସ୍ ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି କିଟ୍ ଓ କିସ୍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସମାଜର ଦଳିତ, ଅବହେଳିତ ଓ ଜନଜାତି ବର୍ଗର ଲୋକଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଜାତିର ପିତା ମହାତ୍ମା ଗାନ୍ଧିଙ୍କ ସ୍ୱପ୍ନ ରହିଥିଲା ବୋଲି ଡକ୍ଟର ଅଚ୍ୟୁତ ସାମନ୍ତ କହିଛନ୍ତି। ଗାନ୍ଧିଜୀଙ୍କ ଏହି ସ୍ୱପ୍ନ ଆଜି କିସ୍ରେ ପ୍ରକୃତରେ ପ୍ରତିଫଳିତ ହୋଇପାରିଛି ବୋଲି ଡକ୍ଟର ଅଚ୍ୟୁତ ସାମନ୍ତ କହିଥିଲେ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍ ବିଶ୍ୱ ବିଦ୍ୟାଳୟ କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ, କୁଳସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି, କିସ୍ର ପରାମର୍ଶଦାତା ପ୍ରଫେସର ହରେକୃଷ୍ଣ ଶତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡକ୍ଚର ପ୍ରଶାନ୍ତ କୁମାର ରାଉତରାୟ, କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ଡକ୍ଚର ସଞ୍ଜୟ ସୁଆର ପ୍ରମୁଖ ଉପସ୍ଥିତ ରହି ଗାନ୍ଧିଜୀଙ୍କ ସ୍ମୃତିଚାରଣ କରିଥିଲେ । ପରେ କିଟ୍ ପରିସରସ୍ଥିତ ଗାନ୍ଧି ଛକରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।