କିଟ୍ ଓ କିସରେ ପାଳିତ ହେଲା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ, ଉଦବୋଧନ ଦେଲେ ଡକ୍ଟର ଅଚ୍ୟୁତ ସାମନ୍ତ

ସମାଜର ଦଳିତ ଅବହେଳିତ ଓ ଜନଜାତି ବର୍ଗର ଲୋକଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ୍ କରିବା ପାଇଁ ମହାତ୍ମା ଗାନ୍ଧୀଙ୍କ ଯେଉଁ ସ୍ୱପ୍ନ ଥିଲା ତାହା କିସ୍ ଜରିଆରେ ପ୍ରତିଫଳିତ ହୋଇପାରିଛି ବୋଲି କହିଛନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ

ଭୁବନେଶ୍ବର(କେନ୍ୟୁଜ୍): କିଟ୍ ଓ କିସରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳନ ଅବସରରେ କିସ୍ ପରିସରରେ ଥିବା ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ମାଲ୍ୟାର୍ପଣ କରିଥିଲେ । ଅବସରରେ ଡକ୍ଟର ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ କହିଥିଲେ,ସମାଜର ଦଳିତ ଅବହେଳିତ ଓ ଜନଜାତି ବର୍ଗର ଲୋକଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ୍ କରିବା ପାଇଁ ମହାତ୍ମା ଗାନ୍ଧୀଙ୍କ ଯେଉଁ ସ୍ୱପ୍ନ ଥିଲା ତାହା କିସ୍ ଜରିଆରେ ପ୍ରତିଫଳିତ ହୋଇପାରିଛି । ପରେ କିସ୍ ଛାତ୍ରଛାତ୍ରୀଙ୍କ ଦ୍ୱାରା ରାମଧୂନ ପରିବେଷଣ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ ଡକ୍ଟର ଅଚ୍ୟୁତ ସାମନ୍ତ ।

ଗାନ୍ଧୀ ଜୟନ୍ତୀ ପରିପ୍ରେକ୍ଷୀରେ ଚାଲିଥିବା ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ଅବସରରେ ୨ଦିନ ଧରି କିଟ୍ ଓ କିସରେ ସ୍ବଚ୍ଛତା କାର୍ଯ୍ୟକ୍ରମ କରାଯାଇଥିଲା । ଏଥିରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସମେତ ଅନୁଷ୍ଠାନର ଛାତ୍ରଛାତ୍ରୀ, କୁଳପତି, ଉପକୁଳପତି, କୁଳସଚିବ, କିମସ୍ ର ଡାକ୍ତରଙ୍କ ସମେତ ସମସ୍ତ କର୍ମଚାରୀ ସାମିଲ୍ ହୋଇଥିଲେ। ଆଜି ସ୍ୱଚ୍ଛତା ସମ୍ପର୍କରେ ଡକ୍ଟର ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ପରେ କିଟ୍ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସଫେଇ କରାଯାଇଥିଲା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.