କୋରାପୁଟ: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଘଟଣାର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନା ମୃତ । ଅସୁସ୍ଥତା କାରଣରୁ ଗତକାଲି ତାଙ୍କୁ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ମେଡ଼ିକାଲରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏନେଇ କୋରାପୁଟ ଜେଲର ଗଗନ ବିହାରୀ ସାହୁ ସୂଚନା ଦେଇଛନ୍ତି ।
ପୋଷ୍ଟମୋର୍ଟମ ପରେ ମୃତ୍ୟୁର କାରଣ ଜଣାପଡିବ। ୨୦୧୩ ଅକ୍ଟୋବର ୨୭ ତାରିଖ ରାତିରେ ୟୁପି ସ୍କୁଲ ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କ ଦେହରେ କିରୋସିନ ଢାଳି ହତ୍ୟା ଉଦ୍ୟମ କରାଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ସେହି ବର୍ଷ ନଭେମ୍ବର ୧ରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ ତତ୍କାଳୀନ ସ୍କୁଲ ଏସ୍ଆଇ ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ଗିରଫ କରାଯାଇଥିଲା। ୨୦୧୬ ଏପ୍ରିଲରେ ରାୟଗଡ଼ା ଜିଲ୍ଲା ଓ ଦୌରା ଜଜ୍ ଏହି ମାମଲାର ଶୁଣାଣୀ କରି ନେତ୍ରାନନ୍ଦଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…