ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଧରମ ମାମୁଁ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ଗିରଫ ଅଭିଯୁକ୍ତ ଶିଶୁକନ୍ୟାର ଧରମ ମାମୁଁ ଶଙ୍କର ଦେହୁରୀ। ତା ଘର ଯାଜପୁର ଜିଲ୍ଲା କାଳିଆପଣିରେ। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କାମାକ୍ଷାନଗର SDPO।

policeଗତ ୧୨ତାରିଖରେ କଙ୍କଡ଼ାହାଡ଼ ଥାନା ଖରଖରି ଗାଁ ହାଟ ପାଖ ମାରାମ୍ବୁରୁ ନାଳରେ କେହି ଦୁର୍ବୃତ୍ତ ୪ ବର୍ଷର ଝିଅକୁ ଦୁଷ୍କର୍ମ ପରେ ନିର୍ମମ ଭାବରେ ହତ୍ୟା କରି ଫୋପାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଥିଲା ପୋଲିସ। ଚାଲିଥିବା ଏସପି କହିଛନ୍ତି। ଗତ ଗୁରୁବାର ସଂଧ୍ୟାରେ ଝିଅଟି ଖେଳିବାକୁ ଯାଇ ଆଉ ଘରକୁ ଫେରି ନଥିଲା । ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ମାରାମ୍ବୁରୁ ନାଳରୁ ଉଦ୍ଧାର କରାଯାଇଥିଲା ମୃତଦେହ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.