ରାଜ୍ୟ

ପୁରୀ ଟାଉନ ଥାନା ଶିଶୁ କନ୍ୟା ଦୁଷ୍କର୍ମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ଲୁକ୍‌ ଆଉଟ ନୋଟିସ ଜାରି

ପୁରୀ(କେନ୍ଯୁଜ୍): ପୁରୀ ଟାଉନ ଥାନା ଶିଶୁ କନ୍ୟା ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ। ଅଭିଯୁକ୍ତ ମହେଶ ମହାନ୍ତି ଗିରଫ ନେଇ ଏସପି କେ. ବିଶାଲ ସିଂ ସୂଚନା ଦେଇଛନ୍ତି। ମହେଶ ବିରୋଧରେ ଲୁକ୍‌ ଆଉଟ ନୋଟିସ ଜାରି ହୋଇଥିଲା । ଶିଶୁ କନ୍ୟା ଦୁଷ୍କର୍ମ ଘଟଣାର ତିନି ଦିନ ପରେ ତାକୁ ଗିରଫ କରାଯାଇଛି।

୨୩ତାରିଖରେ ଟାଉନ ଥାନାର ସିଦ୍ଧବକୁଳ ଲେନ୍‌ରେ ଲଜ୍ଜାଜନକ ଘଟଣା ଘଟିଥିଲା। ପ୍ରଥମେ ଗୁରୁତର ଅବସ୍ଥାରେ ନାବାଳିକାକୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଚିକିତ୍ସାଧୀନ ରହିଛି ପୀଡ଼ିତା ଶିଶୁକନ୍ୟା। ଦୁଷ୍କର୍ମ ସ୍ଥାନରେ ପୁରୀ ଏସପି, ଅତିରିକ୍ତ ଏସପି, ଥାନା ଆଇଆଇସି ଯାଇ ସେଠାରେ ରହୁଥିବା ଭଡାଟିଆ ଓ ସ୍ଥାନୀୟ ବାସିନ୍ଦାଙ୍କୁ ପଚରା ଉଚୁରା କରିବା ସହ ତଦନ୍ତ କରିଥିଲେ। ଅଭିଯୁକ୍ତ ନାଁରେ ପୂର୍ବରୁ ଥାନାରେ ଏକାଧିକ ମାମଲା ରହିଥିବା ଜଣାପଡିଛି ।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

24 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

43 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

51 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago