ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ, ବିଷ୍ଣୁପଦ ସେଠୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର(କେନ୍ୟୁଜ) : ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ରାଜ୍ୟ ସରକାର ରାଜକୁମାର ଶର୍ମାଙ୍କୁ ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ଦାୟିତ୍ବ ଦେଇଛନ୍ତି।

ସଞ୍ଜୀବ ଚୋପ୍ରା କୃଷି ଉତ୍ପାଦନ କମିଶନର, ସତ୍ୟବ୍ରତ ସାହୁ ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ସଚିବ । ମଧୁସୂଦନ ପାଢ଼ୀ ସଂସ୍କୃତି ବିଭାଗର ପ୍ରମୁଖ ସଚିବ, ରଞ୍ଜନା ଚୋପ୍ରାଙ୍କୁ MSME ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

ବିଷ୍ଣୁପଦ ସେଠୀ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ । ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗ OSD । ଭାସ୍କରଜ୍ୟୋତି ଶର୍ମା ହେଲେ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର । ଭୁପେନ୍ଦ୍ର ସିଂ ପୁନିଆଙ୍କୁ IDCO ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.