ସଫଳ ହୋଇଛି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍ , ୫ ଲକ୍ଷ ୯୧ ହଜାର ନିଯୁକ୍ତି ସୃଷ୍ଟି

ଭୁବନେଶ୍ବର : ସଫଳ ହୋଇଛି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ଦ୍ୱିତୀୟ ସଂସ୍କରଣ । ମୋଟ୍‌ ୪ ଲକ୍ଷ ୧୫ ହଜାର ୫୭୪ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରସ୍ତାବ ଆସିଛି । ୧୫ଟି କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ପ୍ରସ୍ତାବ ରହିଛି । ଏହାଦ୍ୱାରା ୫ ଲକ୍ଷ ୯୧ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କନକ୍ଲେଭ୍‌ରେ ୫ ହଜାର ୭୬ ଜଣ ଶିଳ୍ପପତି ଓ ପ୍ରତିନିଧି ଯୋଗ ଦେଇଥିଲେ । ମେକ୍‌ ଇନ୍‌ ଇଣ୍ଡିଆ କନକ୍ଲେଭର କଣ୍ଟ୍ରି ପାର୍ଟନର ହୋଇଥିବାରୁ ଜାପାନକୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପୁଞ୍ଜି ନିବେଶକାରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ୨୦୨୦ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.