ରାଜ୍ୟ

ବାହ୍ୟ ଜଗତରୁ ସଂପୂର୍ଣ୍ଣ ବିଚ୍ଛିନ୍ନ ମାଲକାନଗିରି ଜିଲ୍ଲା, ଯୁଆଡେ ଚାହିଁବ ଖାଲି ପାଣି ଆଉ ପାଣି

ମାଲକାନଗିରି(କେନ୍ୟୁଜ୍‌): ଲଗାଣ ବର୍ଷାରେ ଉବୁଟୁବୁ ମାଲକାନଗିରି । ବାହ୍ୟ ଜଗତରୁ ସଂପୂର୍ଣ୍ଣ ବିଚ୍ଛିନ୍ନ ହୋଇ ରହିଛି ମାଲକାନଗିରି ଜିଲ୍ଲା । ଯୁଆଡେ ଚାହିଁବ ଖାଲି ପାଣି ଆଉ ପାଣି। ବନ୍ଧ ଭାଙ୍ଗି ଗାଁରେ ପଶିଛି ପାଣି। କଦଳୀଗନ୍ଧା ଗାଁରେ ର୍ନିମାଣଧିନ ଅମୃତ ସରବର ବନ୍ଧ ଭାଙ୍ଗି ଚାଷ ଜମି ଆଉ ଗାଁ ଭିତରେ ପାଣି ପଶିଛି। ପ୍ରଭାବରେ ହେକ୍ଟର ହେକ୍ଟର ଚାଷ ଜମି ଜଳ ମଗ୍ନ ହୋଇ ଚାଷ ନଷ୍ଟ ହୋଇଛି।

ପାଙ୍ଗାମ୍‌ ପୋଲ,ଏମ୍‌ଭି ୩୭, ପୋଟେରୁ, କାଙ୍ଗୁରକଣ୍ଡା, mv -୯୬ ପୋଲ ଉପରେ ୩ ରୁ ୫ ଫୁଟ ଉଚ୍ଚରେ ପ୍ରବାହିତ ହେଉଛି ବନ୍ୟା ଜଳ । ଏଥିଯୋଗୁ ମାଲକାନଗିରିରୁ ଜୟପୁର, ବାଲିମେଳା, କାଲିମେଳା ଓ ମୋଟୁକୁ ଯାତାୟାତ ଠପ୍‌ ହୋଇଛି ।

ଜାତୀୟ ରାଜପଥରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଜିଲ୍ଲାକୁ ଲାଗିଥିବା ଆନ୍ଧ୍ର, ତେଲେଙ୍ଗାନାକୁ ମଧ୍ୟ ଯାଆସ ବାଧାପ୍ରାପ୍ତ । ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ନଦୀର ଜଳ ସ୍ତର ବଢ଼ିବାରେ ଲାଗିଛି । ଜିଲ୍ଲା ପ୍ରଶାସନ ତଳିଆ ଅଞ୍ଚଳର ଲୋକଙ୍କୁ ନିରାପଦ ସ୍ଥାନକୁ ଆଣିବା ବ୍ୟବସ୍ଥା କରିଛି । ପାଣି ଚାଲୁଥିବା ପୋଲ ନିକଟରେ ନାଲି ଫିତା ବନ୍ଧା ଯିବା ସହ ପୋଲିସ ମୁତୟନ କରାଯାଇଛି ।

Sonalisa

Recent Posts

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 min ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

16 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

52 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

53 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

58 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

1 hour ago