ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଲା ମାଲକାନଗିରି : ବିଭିନ୍ନ ପୋଲ ଓ ରାସ୍ତା ଉପରେ ପାଣି, ଯାତାୟାତ ଠପ

ମାଲକାନଗିରି: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି । ଲଗାଣ ବର୍ଷା ଯୋଗୁ ଜିଲ୍ଲାର ପାଙ୍ଗମ, କାଙ୍ଗୁରୁକୋଣ୍ଡା, ପୋଟେରୁ, ଏମ ଭି-୭, କନ୍ୟାଶ୍ରମ, ଏମ ଭି- ୯୦ ଓ ଏମ ଭି-୯୬ ପୋଲ ଉପରେ ୪ରୁ ୫ ଫୁଟର ପାଣି ଚାଲୁଛି ।  ଫଳରେ ମାଲକାନଗରିରୁ ମୋଟୁ ଏବଂ ଜୟପୁରରୁ ମାଲକାନଗିରିକୁ ଯାତାୟାତ ଠପ୍ ହୋଇଛି । ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ ।  ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି ।  ସେହିପରି କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି ।  ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ ।  ଅଧିକାଂଶ ଅଞ୍ଚଳ ଏବେ ଜଳମଗ୍ନ ଥିବା ବେଳେ କଚା ଘର ଭାଙ୍ଗି ଯାଇଛି। ଲୋକେମାନେ ଖାଇବା ଓ ରହିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ସେପଟେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।  ଆସନ୍ତା ୧୧ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।  ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।  ପ୍ରବଳ ବର୍ଷା ଯୋଗୁଁ ଉପକୂଳ ଜିଲ୍ଲାର ତଳି ଅଞ୍ଚଳରେ ପାଣି ପଶିବାର ସମ୍ଭାବନା ରହିଛି ।  ତେବେ ଆଜି ପାଇଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like