ମଦ୍ୟପ ସ୍ୱାମୀର ଉନ୍ମତକାଣ୍ଡ, ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ନାବାଳିକାର ଗୁରୁତର

ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଭାଟିପଡ଼ା ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହର କରୁଣ ପରିଣତି । ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ନାବାଳିକା ଗୁରୁତର । ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ ।

ରାୟଗଡା (କେନ୍ୟୁଜ): ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଭାଟିପଡ଼ା ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହର କରୁଣ ପରିଣତି । ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ନାବାଳିକା ଗୁରୁତର । ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ ।

ସୂଚନା ଅନୁସାରେ ପାରିବାରିକ କଳହକୁ ନେଇ ଭାଟିପଡ଼ା ଗାଁର ଚିନା କାଡ୍ରାକା ପ୍ରଚୁର ମଦ୍ୟ ପାନ କରି ନିଜ ସ୍ତ୍ରୀ କୁମାରୀ କାଡ୍ରାକା ଓ ନାବାଳିକା ଝିଅକୁ ଟାଙ୍ଗିଆରେ ଆକ୍ରମଣ କରିଥିଲା । ଉଭୟ ଆହତ ହୋଇ ଘରେ ପଡ଼ିଥିବା ଦେଖି ପଡୋଶୀ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ରାୟଗଡ଼ା sdpo ରଶ୍ମି ରଞ୍ଜନ ସେନାପତି ପହଞ୍ଚି ଆହତଙ୍କୁ ରାୟଗଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ସେଠାରେ ଅବସ୍ଥା ଗୁରୁତର ହେବାରୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.