ବୌଦ୍ଧ(କେନ୍ୟୁଜ୍): ଅଭାବନୀୟ ଘଟଣା। ଜ୍ୱାଇଁର ଗୋଡକୁ ହାଣିଲେ ଶ୍ୱଶୁର। ଆହତ ଜ୍ୱାଇଁ ବରପଦର ଗାଁର ସୌରଭ ଦଣ୍ଡିଆ। ବୌଦ୍ଧ୍ ଜିଲ୍ଲା କାଣ୍ଟାମାଳ ଥାନା ଡୁଙ୍ଗୁରିଗୁଡା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଅଭିଯୋଗ ଅନୁଯାୟୀ ୨ ମାସ ତଳେ ବରପଦର ଗାଁର ସୌରଭ ଶଶୀ ମହାଳିକଙ୍କ ଝିଅକୁ ପ୍ରେମ ବିବାହ କରିଥିଲେ। ମାତ୍ର ଏଥିରେ ଶଶୀଙ୍କ ସମ୍ମତି ନଥିଲା। ଏହାକୁ ନେଇ ସେ ଅସନ୍ତୁଷ୍ଟ ଥିଲେ। ଝିଅ ବାପଘରକୁ ଆସିଥିବାବେଳେ ଜ୍ୱାଇଁ ସୌରଭ ତାଙ୍କୁ ନେବାକୁ ଆସିଥିଲେ। ଏହି ସମୟରେ ଶଶୀ ଉତ୍କ୍ଷିପ୍ତ ହୋଇ ଏକ ଟାଙ୍ଗିଆରେ ସୌରଭଙ୍କ ଗୋଡକୁ ଡି ଗଡ କରିଦେଇଥିଲା। ଏହାପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଏନେଇ କଣ୍ଟାମାଳ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଧରିବାକୁ ତନାଘନା ଚଳାଇଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…