Below header

ଘଟଗାଁ : ପୋଲ ତଳୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଘଟଗାଁ (କେନ୍ୟୁଜ୍) : କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ ବାଉଟିଆ ଗ୍ରାମ ନିକଟସ୍ଥ ଏକ ପୋଲତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଯୁବକ ଜଣକ ତେଲକୋଇ ଅଂଚଳର ବୋଲି ସୂଚନା । ଆଜି ସକାଳେ ପୋଲ ତଳେ ଯୁବକଙ୍କୁ ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଚିଁ ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଯୁବକଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.