ରାଜ୍ୟ

ଯାଜପୁର ଜିଲ୍ଲା ଅନ୍ତର୍ଗତ ହନୁମାନ ଛକ ନିକଟରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ

ଯାଜପୁର ଟାଉନ୍ (କେ ନ୍ୟୁଜ୍‌) : ଯାଜପୁର ସଦର ଥାନା ହନୁମାନ ଛକ ନିକଟରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ବରପଦା ଗ୍ରାମର ହେମନ୍ତ କୁମାର ସାହୁ । ସୂଚନା ଅନୁସାରେ ଆଜି ବଢ଼ି ଭୋରୁ ହେମନ୍ତ ଶୌଚ ହେବା ପାଇଁ ରାସ୍ତା କଡକୁ ଯାଇଥିବା ବେଳେ ଏକ ବାଇକ ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହେମନ୍ତଙ୍କର ମୃତ୍ୟୁ ହୋଇଥିଲା । ଏଥିରେ ବାଇକ ଚାଳକ ଜଣକ ଗୁରୁତର ହୋଇ ପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣାଗସ୍ତ ବାଇକକୁ ଜବତ କରି ଅନୁସନ୍ଧାନ ଜାରି ରଖିଛି ।

KNews Bureau

Recent Posts

ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର

 ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ'ରେ ହୋଇଥିଲା…

5 mins ago

ୟୁପି : ଜଣେ ଭିନ୍ନକ୍ଷମ ଶିଶୁକୁ ମାରିବା ଇନ୍ସପେକ୍ଟରଙ୍କ ପାଇଁ ପଡିଲା ମହଙ୍ଗା, ଭାଇରାଲ ହେଉଛି ଭିଡିଓ

ୟୁପିର ବିଜନୋରରେ ପିଲାଙ୍କୁ ପିଟିଥିବା ଇନ୍ସପେକ୍ଟରଙ୍କ ପାଇଁ ମହଙ୍ଗା ପଡିଛି । ଭିଡିଓ ଭାଇରାଲ ହେବା ପରେ ଇନ୍ସପେକ୍ଟରଙ୍କୁ ନିଲମ୍ବିତ…

10 mins ago

ରୋଜଗାର କରିବା ବୟସରେ ଦାଉ ସାଜୁଛି ରୋଗ, ପରିବାର ଚଳିବ କେମିତି ?

ନୟାଗଡ଼: ଜୀବନରେ ଦୁଃଖ ଆଉ ସୁଖ ଏ ତ ଲାଗି ରହିଛି । ହେଲେ ଏହି ଦୁଃଖ ବେଳେ ବେଳେ…

12 mins ago

ଏସି ଥଣ୍ଡାରେ ଚୋରି କରିବାକୁ ଭୁଲି ଶୋଇପଡିଲା ଚୋର, ସକାଳୁ ଉଠିଲା ବେଳକୁ ସାମ୍ନାରେ ପୋଲିସ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଦେଖିବାକୁ ମିଳିଛି ଅଦ୍ଭୁତ ଘଟଣା । ଚୋରି କରିବାକୁ ଆସିଥିବା ଚୋର ରୁମରେ ଏସି ଥଣ୍ଡା…

13 mins ago

ଆଜି ବିଶ୍ୱ ବାଇସାଇକେଲ ଦିବସ

ଭୁବନେଶ୍ୱର (କେନ୍ୟୁଜ): ଆଜି ବିଶ୍ୱ ବାଇସାଇକେଲ ଦିବସ । ଏହି ଅବସରରେ ଭୁବନେଶ୍ୱର ସାଇକେଲିଂ ଆଣ୍ଡ ଆଡଭେଞ୍ଚର କ୍ଳବର ସାଇକେଲ ଯାତ୍ରା…

35 mins ago

ପୁଲୱାମାରେ ଏନକାଉଣ୍ଟର: ଘର ଭିତରେ ଲୁଚିଛନ୍ତି ୨ ଲସ୍କର କମାଣ୍ଡର

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ପୁଲୱାମା ନିହାମ ଅଞ୍ଚଳରେ…

56 mins ago