କଟକ : ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କଟକ(କେନ୍ୟୁଜ୍‌) : କଟକ ପକ୍ସୋ ଅଦାଲତଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଜଣେ ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ଅଦାଲତ। ବାଲେଶ୍ୱର ଜିଲ୍ଲା ସିମୁଳିଆ ଅଞ୍ଚଳର ରମାକାନ୍ତ ସିଂଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ଏହାସହ ୧୦ ହଜାର ଟଙ୍କା ଜରିମାନା ଲାଗୁ କରାଯାଇଛି ।

ଜରିମାନା ଅନାଦେୟ ଆଉ ୬ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ । ୨୦୧୯ ନଭେମ୍ବର ୨୧ରେ ନେମାଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ୧୭ ଟି ତଥ୍ୟ ପ୍ରମାଣ ଓ ୧୬ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଏହି ଦଣ୍ଡାଦେଶ ଦେଇଛନ୍ତି କୋର୍ଟ । ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ରହିଛି । ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ଏହି କ୍ଷତିପୂରଣ ଦିଆଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.