ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ ଜେଲ, ୨୦୧୭ ଦୁଷ୍କର୍ମ ମାମଲା

ବାରିପଦା : ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ବର୍ଷ ଜେଲ। ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି ବାରିପଦା ସ୍ଵତନ୍ତ୍ର ଫାଷ୍ଟଟ୍ରାକ ପକ୍ସୋ କୋର୍ଟ। ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ମାସ କାରାଦଣ୍ଡ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୭ ଜାନୁୟାରୀ ଏକ ତାରିଖରେ ନାବାଳିକା ଜଣକ ଘରେ ଏକୁଟିଆ ଥିବା ବେଳେ ଅଭିଯୁକ୍ତ ମଙ୍ଗଳ ସୋରେନ ଦୁଷ୍କର୍ମ କରିଥିଲା। ଏନେଇ କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ମଧ୍ୟ ଧମକ ଦେଇଥିଲା ମଙ୍ଗଳ। ପୀଡିତାଙ୍କ ପରିବାର ଲୋକେ ଏହା ଜାଣିବା ପରେ ବାଦାମପାହାଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଏଥି ସହିତ ପୀଡିତା ନାବାଳିକାକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।