ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଜେଲ

ମୟୂରଭଞ୍ଜ : ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ ଜେଲ ଓ ୫ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ମୟୂରଭଞ୍ଜ ଜିଲ୍ଲା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ସନ୍ତୋଷ କୁମାର ନାୟକ ।

ଅଭିଯୁକ୍ତ ହେଲା ବଡସାହି ଥାନା ଅନ୍ତର୍ଗତ ଦେଉଳିଆ ଗ୍ରାମର କମଳ ଲୋଚନ ସିଂ । ୨୦୧୯ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ । ୨୦୧୯ ମସିହାରେ ବଡସାହି ଥାନା ଅଞ୍ଚଳରେ ଘଟିଥିଲା ଏହି ଅଘଟଣ ।

ଘରେ ନାବାଳିକା ଏକାକୀ ଥିବା ବେଳେ ଅଭିଯୁକ୍ତ ଦୁଷ୍କର୍ମ କରିଥିଲା । ଘଟଣା ଜାଣିବା ପରେ ପରିବାର ଲୋକେ ବଡ଼ସାହି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ସେହି ଦୁଷ୍କର୍ମ ମାମଲାର ବିଚାର କରି କୋର୍ଟ ରାୟ ପ୍ରକାଶ କରିଛନ୍ତି ।

You might also like