ଆଜି ବି ହେବ ବର୍ଷା, ଲଘୁଚାପ ପାଇଁ ଜାରି ରହିଛି ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପହଞ୍ଚିବା ପରେ ଲଘୁଚାପ ପ୍ରଭାବରେ ସକ୍ରିୟ ରହି ବିକ୍ଷିପ୍ତ ବର୍ଷା ହୋଇଛି। ଆଜି ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅତିପ୍ରବଳ ଓ ମଧ୍ୟମ ଧରଣର ବର୍ଷା ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗ଼ଡ, ସମ୍ବଲପୁର, ଦେବଗ଼ଡ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ପୂର୍ବାନୁମାନ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.