ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ମାଓବାଦୀଙ୍କ ବନ୍ଦ ଡାକରା

ମାଲକାନଗିରି : ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ମାଓବାଦୀଙ୍କ ବନ୍ଦ ଡାକରା । ଗତ ୬ ତାରିଖ ପୋଲିସ ଏନ୍କାଉଣ୍ଟରରେ ୧୫ଜଣ ମାଓବାଦୀଙ୍କ ପ୍ରତିବାଦରେ ବନ୍ଦ ଡାକରା ଦେଇଛି ଦକ୍ଷିଣ ବସ୍ତର ମାଓ ସଙ୍ଗଠନ । ଜିଲ୍ଲାର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଛି। ବନ୍ଦ ଯୋଗୁ ସୁକମାରୁ ମାଲକାନଗିରି ମଧ୍ୟରେ ବସ୍ ଚଳାଚଳ ବନ୍ଦ ରହିଛି । ଛତିଶଡ଼ ସୁକମାରୁ ଜଗଦଲପୁର, ସୁକ୍ମାରୁ ଦାନ୍ତେୱାଡା ଓ କଣ୍ଟାରୁ ସୁକ୍ମାକୁ ଗାଡି ଚଳାଚଳ କରୁନାହିଁ ।

ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହିଛି । ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଗତ ୫ ଦିନ ମଧ୍ୟରେ ଲାଲବାହିନୀ ଦାନ୍ତେୱାଡା ଓ ସୁକ୍ମା ଜିଲ୍ଲାରେ ୧୧ଟି ଗାଡ଼ି ଜାଳି ଦେଇଛନ୍ତି । ମାଓବାଦୀଙ୍କ ବନ୍ଦ ଡାକରାକୁ ଦେଖି STF ଏବଂ CRPF ପକ୍ଷରୁ ସର୍ଚ୍ଚ ପରେସନକୁ ଜୋରଦାର କରାଯାଇଛି ।

KNews Bureau

Recent Posts

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

36 mins ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

51 mins ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

1 hour ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

2 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

3 hours ago

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

3 hours ago