ଚିକିତ୍ସା ଅବହେଳାରୁ ଭଦ୍ରକର ଏକ ଘରୋଇ ନର୍ସିଂହୋମରେ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ, ଥାନାରେ ଏତଲା ଦେଲେ ପରିବାର ଲୋକ

ଭଦ୍ରକ : ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ । ଭଦ୍ରକ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ନିକଟରେ ଥିବା ଏକ ଘରୋଇ ନର୍ସିଂହୋମ ନାଁରେ ଅଭିଯୋଗ ହୋଇଛି। ତିହିଡି ଥାନା କୋହ୍ଲା ଅଞ୍ଚଳର ଜଣେ ପ୍ରସୂତିଙ୍କୁ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା ।

ମହିଳା ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ । ପରେ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ପରିବାର ଲୋକ କହିଥିଲେ ମଧ୍ୟ କରାଯାଇନଥିଲା। ଏନେଇ ଭଦ୍ରକ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ପରିବାର ଲୋକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.