ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ, ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ମୂଲ୍ୟାୟନ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ଖାତା ମୂଲ୍ୟାୟନ। ରାଜ୍ୟର ୫୮ ଟି ମୂଲ୍ୟାୟନ କେନ୍ଦ୍ରରେ ୧୨ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷାର୍ଥୀଙ୍କ ଖାତାର ମୂଲ୍ୟାୟନ କରିବେ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ମୂଲ୍ୟାୟନ କେନ୍ଦ୍ରରେ ଏହି ମୂଲ୍ୟାୟନ ଚାଲିବ। ଗତକାଲି ସମସ୍ତ ମୂଲ୍ୟାୟନକାରୀ ମାନେ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ରିପୋର୍ଟ କରି ସାରିଛନ୍ତି। କଟକ ଜିଲ୍ଲାରେ ୬ଟି ମୂଲ୍ୟାୟନ କେନ୍ଦ୍ର ଥିବା ବେଳେ କଟକ ସହରରେ ଚାରୋଟି ମୂଲ୍ୟାୟନ କେନ୍ଦ୍ର ହୋଇଛି। ସେହିଭଳି ଭୁବନେଶ୍ୱରରେ ତିନୋଟି ମୂଲ୍ୟାୟନ କେନ୍ଦ୍ର ହୋଇଥିବା ବେଳେ ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଏପ୍ରିଲ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ। ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Leave A Reply

Your email address will not be published.