କଟକ: ଫେବୃଆରୀ ୩ୟ ସପ୍ତାହରୁ ହେବ ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆନୁଷ୍ଠାନିକ ଭାବେ ତାରିଖ ଘୋଷଣା ହେବ । ତେବେ ସେଣ୍ଟର ଉପରେ ଗୁରୁତ୍ୱ ଦିଆଯାଇଥିବା କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଗତଥର କିଛି ସେଣ୍ଟରରେ ସିସିଟିଭି ଲାଗିଥିଲା। ଚଳିତ ଥର ବି ତାକୁ ଅବଲମ୍ବନ କରାଯାଇ ପରୀକ୍ଷା ସୁପରିଚାଳନା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ସେପଟେ ମାଟ୍ରିକ ପରୀକ୍ଷା ଫେବୃଆରି ୨୨ ତାରିଖରେ ହୋଇପାରେ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ମାଟ୍ରିକ ପରୀକ୍ଷା ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଏକକାଳୀନ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତ ବର୍ଷ ନୂଆ ଢାଞ୍ଚାରେ ମାଟ୍ରିକ ପରୀକ୍ଷା କରାଯାଇ ଏହାକୁ ସ୍ୱଚ୍ଛ ଓ ଶୃଙ୍ଖଳିତ କରିବାକୁ ବୋର୍ଡ ପକ୍ଷରୁ ପ୍ରସ୍ତୁତି କରାଯାଇଛି।
ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…