ରାଜ୍ୟ

ଆସନ୍ତାକାଲି ମାଟ୍ରିକ ପରୀକ୍ଷା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ପରାମର୍ଶ

କେନ୍ୟୁଜ୍: ଆସନ୍ତାକାଲି ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ପାଇଁ ବୋର୍ଡ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି। ରାଜ୍ୟରେ ୩ ହଜାର ୫୪୦ଟି ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୭୧ ହଜାର ୯୦୯ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେବେ। ୪ ହଜାର ୪୪୩ ଜଣ ମଧ୍ୟମା ଓ ୯ ହଜାର ୩୭୮ ଜଣ ଓପନ ସ୍କୁଲ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ଏଥିପାଇଁ ମୋଟ ୩୧୫ଟି ନୋଡାଲ ସେଣ୍ଟର କରାଯାଇଛି ।

ନୋଡାଲ ସେଣ୍ଟର ମାନଙ୍କରେ ୨୪ ଘଣ୍ଟିଆ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କୋରାପୁଟ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରେ ୨୧ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି। ୨୨ତାରିଖରୁ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ବୁକ୍‌ଲେଟ ଓ ଓଏମ୍‌ଆର ସିଟ ପଠାଯାଇଛି। ସକାଳ ୮ ଟାରୁ ୧୦ ଟା ଯାଏ ଚାଲିବ ଏହି ପରୀକ୍ଷା। ପରୀକ୍ଷା ପରିଚାଳନାରେ ୩୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି। ପରୀକ୍ଷାର ସୁପରିଚାଳନା ଓ କପି ରୋକିବା ପାଇଁ ଚାରି ସ୍ତରୀୟ ସ୍କ୍ଵାଡ ବ୍ୟବସ୍ଥା କରାଯାଇଛି ।

ଅନ୍ଯପଟେ, ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବାବେଳେ  ୨ ବର୍ଷ ପରେ ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଉଛନ୍ତି । ଏହାସହ ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା। ତେଣୁ ଚାପମୁକ୍ତ ହୋଇ ପରୀକ୍ଷା ଦେବା ପାଇଁ କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ପରୀକ୍ଷା କିଭଳି ସୁଚାରୁରୂପେ ଶେଷ କରାଯାଇ ଠିକ୍‌ ସମୟରେ ଫଳ ପ୍ରକାଶ କରାଯିବ ସେନେଇ ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ମନ୍ତ୍ରୀ କହିଛନ୍ତି।

Sonalisa

Recent Posts

ସ୍କୁଲରେ ପାଠ ପଢ଼ାଇବେ ଅବସରପ୍ରାପ୍ତ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…

7 mins ago

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

22 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

39 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

51 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

1 hour ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

1 hour ago