ଆଜି ସରିବ ମାଟ୍ରିକ ପରୀକ୍ଷା, ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ଖାତା ଦେଖା

ଭୁବନେଶ୍ୱର : ଆଜି ସରିବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ସରିବ । ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସକାଳ ୯ଟାରୁ ଦିନ ସାଢେ ୧୧ଟା ଯାଏଁ ପରୀକ୍ଷା ଚାଲିବ ।

ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ପିଲା ମାଟ୍ରିକ ବୋର୍ଡ ପରୀକ୍ଷା ଦେଉଛନ୍ତି । ରାଜ୍ୟର ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲିଛି । ସୁରୁଖୁରରେ ପରୀକ୍ଷା ଶେଷ କରିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା କରାଯାଇଛି । ସେହିପରି ପରୀକ୍ଷାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାରେ ଜଣେ ଜଣେ ଅତିରିକ୍ତ ଏସପି ଓ ଜଣେ ଜଣେ ଡ଼ିଏସପିଙ୍କୁ ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଥିଲା ।

 

 

 

ଆହୁରି ପଢ଼ନ୍ତୁ : ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳକଙ୍କ ଜୀବନ, ଗାଁରେ ଶୋକାକୁଳ ପରିବେଶ