କୋଭିଡ କଟକଣାରେ ଆସନ୍ତା କାଲିଠାରୁ ମାଟ୍ରିକ ଅଫଲାଇନ ପରୀକ୍ଷା

ଭୁବନେଶ୍ବର(କେନ୍ଯୁଜ୍): କୋଭିଡ କଟକଣାରେ ଆସନ୍ତା କାଲିଠାରୁ ମାଟ୍ରିକ ଅଫଲାଇନ ପରୀକ୍ଷା । ଅଗଷ୍ଟ ୫ ତାରିଖ ଯାଏ ଚାଲିବ । ଏଥିପାଇଁ ପରୀକ୍ଷା କେନ୍ଦ୍ରରେ ସବୁ ପ୍ରସ୍ତୁତି ସରିଛି । ମୋଟ ୫୦୪ କେନ୍ଦ୍ରରେ ଅଫଲାଇନ୍‌ ପରୀକ୍ଷା ହେବାକୁ ଥିବା ବେଳେ ୧୫ ହଜାର ୧୫୧ ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି ।

ରେଗୁଲାର ପରୀକ୍ଷା ପାଇଁ ୨୭୮ କେନ୍ଦ୍ରରେ ୬୫୯୭ ଜଣ ପରୀକ୍ଷାର୍ଥୀ, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ପାଇଁ ୨୨୨ କେନ୍ଦ୍ରରେ ୮୪୯୩ ଜଣ ଏବଂ ମଧ୍ୟମାରେ ୪ଟି କେନ୍ଦ୍ରରେ ୬୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ କେବଳ ବ୍ଲକ୍‌ ମୁଖ୍ୟାଳୟ ଓ ଜିଲ୍ଲା ମୁଖ୍ୟାଳୟରେ ଥିବା ପ୍ରମୁଖ ବିଦ୍ୟାଳୟଗୁଡ଼ିକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଛି ।

ପରୀକ୍ଷା ଦିନ ୧୦ଟାରୁ ଆରମ୍ଭ ହୋଇ ୧୨ଟାରେ ଶେଷ ହେବ । ଏଥିପାଇଁ ସକାଳ ୯ଟା ପରଠାରୁ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ । ପରୀକ୍ଷାରେ କୋଭିଡ-୧୯ର ସମସ୍ତ ଗାଇଡଲାଇନ ପାଳନ କରିବାକୁ ବୋର୍ଡ ତଥା ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ୪୮ ଘଣ୍ଟା ପୂର୍ବରୁ ପରୀକ୍ଷାରେ ନିୟୋଜିତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ କୋଭିଡ ଟେଷ୍ଟ କରିଛନ୍ତି । ପ୍ରଶ୍ନପତ୍ର ପହଞ୍ଚି ସାରିଥିବା ବେଳେ ପରୀକ୍ଷା କେନ୍ଦ୍ର ଓ ଶ୍ରେଣୀଗୃହକୁ ସଂପୂର୍ଣ୍ଣ ବିଶୋଧନ କରାଯିବା ସହ ସ୍ୱତନ୍ତ୍ର ଆଇସୋଲେନ କକ୍ଷ ମଧ୍ୟ ପ୍ରସ୍ତୁତ ରହିଛି । ଆସନ୍ତା ୨୨ତାରିଖ ସୁଦ୍ଧା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.