Categories: ରାଜ୍ୟ

ମାଲକାନଗିରିରେ୧୦୮ OMR ସିଟ୍‌ ଗାଏବ ଘଟଣା , ପରୀକ୍ଷା କେନ୍ଦ୍ର ଅଧୀକ୍ଷକ ଓ ଉପ-ଅଧୀକ୍ଷକ ନିଲମ୍ବିତ

ମାଲକାନଗିରି(କେନ୍ୟୁଜ୍) : ମାଲକାନଗିରି ପଡ଼ିଆବ୍ଲକ SSD ହାଇସ୍କୁଲରୁ ମାଟ୍ରିକ ଗଣିତ ପରୀକ୍ଷା ଓଏମଆର ସିଟ୍‌ ଗାଏବ ମାମାଲାରେ କାର୍ଯ୍ୟନୁଷ୍ଠାନ। ପରୀକ୍ଷା କେନ୍ଦ୍ର ଅଧୀକ୍ଷକ ଓ ଉପ-ଅଧୀକ୍ଷକ ନିଲମ୍ବିତ। ଜିଲ୍ଲାପାଳ ଶତୃଘ୍ନ ସ୍ୱାଇଁ ଦୁଇ ଜଣଙ୍କୁ ନିଲମ୍ବନ କରିଛନ୍ତି। ବିଇଓଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ୍ରମେ ଏହି ଦୁଇ ଜଣଙ୍କ ନାଁରେ ଏତଲା ଦିଆଯାଇଥିଲା। ଦୁଇ ଦିନ ତଳେ ପଡିଆ ଏସ୍‌ଏସ୍‌ଡି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରୁ ଗଣିତର ୧୦୮ଟି ଓଏମ୍‌ଆର୍‌ ସିଟି ଗାଏବ ହୋଇଯାଇଥିଲା। ଶନିବାର ସେହି ସ୍କୁଲର ୧୦୮ ପିଲା ପରୀକ୍ଷା ଦେଇଥିଲେ। କିନ୍ତୁ ରବିବାର ସକାଳେ ଓଏମ୍‌ଆର୍‌ ସିଟ୍‌ ମିଳିନଥିଲା। ସେପଟେ ଓଏମ୍‌ଆର୍‌ ସିଟ୍‌ ଗାଏବ ପରେ ୧୦୮ ପରୀକ୍ଷାର୍ଥୀଙ୍କ ଭାଗ୍ୟ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

22 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

30 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

45 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

51 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago