Below header

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହେବ, ମନ୍ତ୍ରୀ କହିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିବା ଉଚିତ ନୁହେଁ

କେନ୍ୟୁଜ୍(ବ୍ୟୁରୋ):  ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହେବ । ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ରହିବା ଉଚିତ ନୁହେଁ । କୋଭିଡ ଗାଇଡଲାଇନ ଅନୁସାରେ ପରୀକ୍ଷା କରାଯିବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ନବମ ଓ ଏକାଦଶ କ୍ଲାସ ବାତିଲ କରାଯାଇଛି ।

ଏପ୍ରିଲ ୩୦ ତାରିଖ ଯାଏ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ହୋଇଛି । ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ପୂର୍ବପରି ଏପ୍ରିଲ ୨୫ ଯାଏ ଜାରି ରହିବ । ହଷ୍ଟେଲରେ ରହୁଥିବା ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଓ ହ୍ୟାଣ୍ଡ ସାନିଟାଇଜ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.