ରାଜ୍ୟରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ରହିଥିଲା ୩୫. ୯ ଡିଗ୍ରୀ । ତେବେ ଏଥିରୁ ଆଶ୍ବସ୍ତି ମିଳିବା ପାଇଁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

rainକିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇଁ ୨୦ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ର ମଧ୍ୟକୁ ଯାଇଛନ୍ତି, ୨୦ ତାରିଖ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.