Below header

ନର୍ସଙ୍କ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଭଦ୍ରକ(କେନ୍ୟୁଜ୍): ନର୍ସଙ୍କ ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ। ଏହାକୁ ନେଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଏଡିଏମ୍‌ଓ ଆସି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଜଣେ ୬୦ ବର୍ଷର ମହିଳା ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ହସ୍ପିଟାଲ ଆଣିଥିଲେ। କିନ୍ତୁ ନର୍ସମାନେ ଡାକ୍ତରଙ୍କୁ ଠିକ ସମୟରେ ସୂଚନା ଦେଇ ନଥିଲେ କି ଡାକି ନଥିଲେ। ଫଳରେ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.