ଆଜିଠାରୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):   ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିସହ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗ ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଛି । ଫଳରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ିର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି ଓ ୧୩ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, ନୂଆପଡା, ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ବାକି ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋିପାରେ । ଗତ ୨୪ ଘଣ୍ଟା ମଧ୍ୟରେ କଟକର ନରାଜ ଠାରେ ୯୦.୮ ମିମି ବର୍ଷା ରେକର୍ଡ ହୋଇଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.