ରାଜ୍ୟ

ବସ୍ ମାଲିକ ସଂଘ-ସରକାରଙ୍କ ଆଲୋଚନା ସଫଳ, ଆଉ ହେବନି ଧର୍ମଘଟ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବେ ନାହିଁ ଘରୋଇ ବସ୍ ମାଲିକ ସଂଘ । ଘରୋଇ ବସ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆଜି ଆଲୋଚନା ସଫଳ ହୋଇଛି । ଧର୍ମଘଟ ନିଷ୍ପତ୍ତିରୁ ଓହରିଛି ଘରୋଇ ବସ୍ ମାଲିକ ସଂଘ। ତାଙ୍କ ଦାବି ହେଉଛି ବ୍ଲକରୁ ଜିଲ୍ଲାକୁ ଗଡିବ ଲକ୍ଷ୍ମୀ ବସ । ସେମାନଙ୍କ ଦାବିକୁ ବିଚାର କରାଯାଉଛି । ୩୦ ତାରିଖ ସୁଦ୍ଧା ଲିଖିତ ଭାବରେ ଦାବି ଉପସ୍ଥାପନ କରିବ ସଂଘ । ଆସନ୍ତା ୩୧ ତାରିଖରୁ ଧର୍ମଘଟ ହେବନି, ସ୍ୱାଭାବିକ ଭାବେ ବସ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି ।

ସେପଟେ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁ ବାଲେଶ୍ଵର ଘରୋଇ ବସ୍ ମାଲିକ ସଂଘ ସମର୍ଥନ କରିଛି । ରାଜ୍ୟ ବସ୍ ମାଲିକ ସଂଘ ଦ୍ୱାରା ନିଆଯାଇଥିବା ବସ୍ ଚଳାଚଳ ବନ୍ଦ ନିଷ୍ପତ୍ତିକୁ ବିରୋଧ କରାଯାଇଛି । ଯଦି ରାଜ୍ୟ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା କରାଯାଇ ନୀତିଗତ ତଥା ଉଚିତ ନିଷ୍ପତ୍ତି ନିଆଗଲେ ଆମେ ସ୍ବାଗତ କରିବୁ ବୋଲି ବାଲେଶ୍ଵର ଘରୋଇ ବସ୍ ମାଲିକ ସଂଘ ସଭାପତି ବାଦଲ ଦାସ କହିଛନ୍ତି । ଲୋକଙ୍କ ସ୍ୱାର୍ଥ ପାଇଁ ହେଉଥିବା ଯୋଜନାକୁ ରାଜ୍ୟ ସଂଘ ବିରୋଧ କଲେ ଆମେ ସମର୍ଥନ ଦେବୁ ନାହିଁ । ଲକ୍ଷ୍ମୀ ଯୋଜନାରେ ସରକାର ବ୍ଲକ୍‌ରୁ ପଞ୍ଚାୟତକୁ ରିହାତି ଦରରେ ବସ୍ ଚଳାଚଳ ପାଇଁ ଯେଉଁ ନିଷ୍ପତ୍ତି ହୋଇଛି, ଏହାଦ୍ୱାରା ଘରୋଇ ବସ୍‌ଗୁଡ଼ିକର ବ୍ୟବସାୟ ପ୍ରଭାବିତ ହେବ ନାହିଁ ।

Barsha

Recent Posts

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

18 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

25 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

41 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

1 hour ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

1 hour ago

ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳରେ କଲବଲ କରୁଛି ଗରମ ଓ ଗୁଳୁଗୁଳି ।  ପଶ୍ଚିମ ଓଡ଼ିଶାରେ…

2 hours ago