Below header

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ବଙ୍ଗୋପସାଗର ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ, କାଲିଠାରୁ ପ୍ରବଳ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ସଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ । ଏହାପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଲଘୁଚାପ ଗତି କରିବ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୬ ଓ ୭ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖରେ ଉତ୍ତର, ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷିବ ।

ଆଜି ପାଇଁ କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ । ରାଜ୍ୟରେ ଜୁନ୍‌ ୧ରୁ ସେପ୍‌ଟେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟରେ ୬୭୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.