ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରେ ଓଡିଶାର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରେ ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ଦୁଇ ଦିନ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କୁହୁଡ଼ି ହୋଇପାରେ । ଆଗାମୀ ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ତେବେ ପରବର୍ତ୍ତୀ ଦିନରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲସିୟସରୁ ୪ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧି ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.