ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା, ଚେତାବନୀ ଦେଲା ପାଣିପାଗ ବିଭାଗ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ୨୯ ତାରିଖରେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

କେନ୍ୟୁଜ୍(ବ୍ୟୁରୋ): ଦିନେ ପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ତା ପରେ ହୋଇପାରେ ଲଘୁଚାପ । ବାୟୁମଣ୍ଡଳରେ ୧.୫ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ୨୯ ତାରିଖରେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.